Workshop on 'Hands-on Introduction to MATLAB and Its Applications in Mathematics' @MSCBU
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଗଣିତ ବିଭାଗ ଦ୍ୱାରା ଏକ କର୍ମଶାଳା ଉଦ୍ଘାଟିତ ହୋଇଯାଇଛି । ବିଶ୍ୱବ୍ୟାଙ୍କ ଦ୍ୱାରା ଉତ୍କର୍ଷତା ଏବଂ ସମାନତା ପାଇଁ ଓଡିଶା ଉଚ୍ଚ ଶିକ୍ଷା ଯୋଜନାର ଆନୁଷ୍ଠାନିକ ବିକାଶ କାର୍ଯ୍ୟକ୍ରମ ଦ୍ୱାରା ପ୍ରାୟୋଜିତ 'ମ୍ୟାଟ୍ଲାବ୍ ଓ ଗଣିତରେ ଏହାର ପ୍ରୟୋଗ' ଶୀର୍ଷକ ଏହି କର୍ମଶାଳାକୁ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦାନ ପୂର୍ବକ ଉଦ୍ଘାଟନ କରିଥିଲେ । ପ୍ରଫେସର ତ୍ରିପାଠୀ ନିଜ ବକ୍ତବ୍ୟରେ ଜୀବନରେ ଗଣିତର ଭୂମିକା ସମ୍ପର୍କରେ ଆଲୋକପାତ କରିବା ସହ ଗଣିତର ଯୋଗ, ବିଯୋଗ, ଗୁଣନ, ହରଣ ମଧ୍ୟରେ କେବଳ ଯୋଗ ଓ ଗୁଣନ ଦ୍ୱାରା ଜୀବନର ଉତ୍ତୋରତ୍ତର ଉନ୍ନତି ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ଏହି କର୍ମଶାଳାରେ ଅଂଶଗ୍ରହଣକାରୀମାନଙ୍କୁ ମ୍ୟାଟ୍ଲାବ୍ର ପ୍ରାକ୍ଟିକାଲ୍ ଶିକ୍ଷା ଦିଆଯାଉଥିବାରୁ ସେ ଆୟୋଜକ ମାନଙ୍କୁ ଧନ୍ୟବାଦ ଦେଇଥିଲେ । ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଏନ୍.ଆଇ.ଟି ରାଉରକେଲା ପ୍ରଫେସର ପଙ୍କଜ କୁମାର ଶ' ମୁଖ୍ୟ ବକ୍ତା ଭାବେ ଯୋଗଦାନ କରି ନିଜ ବକ୍ତବ୍ୟରେ କ୍ଷେତ୍ରରେ ଥିବା ଗଣିତକୁ ନେଇ ମ୍ୟାଟ୍ଲାବ୍ରେ ଥିବା ଅପାର ସମ୍ଭାବନା ଓ ସୁଯୋଗ ଉପରେ ଆଲୋକପାତ କରିଥିଲେ । ବିଶ୍ୱବିଦ୍ୟାଳୟ ଆନୁଷ୍ଠାନିକ ବିକାଶ କାର୍ଯ୍ୟକ୍ରମର ସଂଯୋଜିକା ପ୍ରଫେସର ଏମ୍ ହିମବିନ୍ଦୁ ସମ୍ମାନିତ ଅତିଥି ରୂପେ ଯୋଗଦେଇ ମ୍ୟାଟ୍ଲାବ୍ର ବିଭିନ୍ନ ଟୁଲ୍ ସମ୍ଭନ୍ଧରେ ନିଜର ବକ୍ତବ୍ୟ ରଖିଥିଲେ । କର୍ମଶାଳାର ଆବାହକ ତଥା ବିଶ୍ୱବିଦ୍ୟାଳୟ ଗଣିତ ବିଭାଗର ସଂଯୋଜକ ପ୍ରଫେସର ସୁସ୍ମିତା କର ସ୍ୱାଗତ ଭାଷଣ ଦେଇଥିଲେ । କର୍ମଶାଳାର କାର୍ଯ୍ୟକାରୀ ସଂପାଦିକା ସହକାରୀ ପ୍ରଫେସର ଡ. ସଂଯୁକ୍ତା ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସହ-କାର୍ଯ୍ୟକାରୀ ସଂପାଦକ ଲମ୍ବୋଦର ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଗଣିତ ବିଭାଗର ସହକାରୀ ପ୍ରଫେସର ସ୍ମୃତିଲେଖା ଦାସ, କମ୍ପ୍ୟୁଟର ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ଶାନ୍ତିସ୍ୱରୁପ ବସା, ଡ. ପାର୍ଥସାରଥି ମିଶ୍ର, ଏନ୍.ଆଇ.ଟି ରାଉରକେଲାର ଗବେଷକ ସନ୍ତୋଷ କୁମାର ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ । ତିନିଦିନ ଧରି ଅନୁଷ୍ଠିତ ହେଉଥିବା ଏହି କର୍ମଶାଳାରେ ୮୪ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ, ଗବେଷକ, ଅଧ୍ୟାପକ, ଅଧ୍ୟାପିକା ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଉଦ୍ଘାଟନୀ ସମାରୋହରେ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।
Subscribe to:
Post Comments (Atom)
Mega Plantation Drive on Ban Mahotsav Week @MSCBU
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଏନ୍ଏସ୍ଏସ୍ ବ୍ୟୁରୋ ଓ ଏନ୍ଏସ୍ଏସ୍ ପିଜି ୟୁନିଟ୍ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବାରିପଦାସ...
-
The 25th founding day of Maharaja Sri Ramchandra Bhanjadeo University was celebrated on July 13, 2022 in a grand ceremony at the Universit...
-
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟ ଗବେଷଣା ଓ ବିକାଶ ସେଲ ଓ ରିସର୍ଚ୍ଚ୍ କ୍ଲବ୍ର ମିଳିତ ଆନୁକୁଲ୍ୟରେ ଆୟୋଜିତ ଗବେଷଣାରତ ଛାତ୍ର...
-
Chairman of the National Monument Authority of India and former Vice Chancellor of MSCB University Prof. Kishor Kumar Basa visited the Uni...
No comments:
Post a Comment