Workshop for non-teaching employees of colleges and University

 



ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଅନୁବନ୍ଧିତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଅଣଶିକ୍ଷକ କର୍ମଚାରୀଙ୍କ ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।  ବିଶ୍ୱବ୍ୟାଙ୍କ ଦ୍ୱାରା ଉତ୍କର୍ଷତା ଏବଂ ସମାନତା ପାଇଁ ଓଡିଶା ଉଚ୍ଚ ଶିକ୍ଷା ଯୋଜନାର ଆନୁଷ୍ଠାନିକ ବିକାଶ କାର୍ଯ୍ୟକ୍ରମ ଦ୍ୱାରା ପ୍ରାୟୋଜିତ ଏହି କର୍ମଶାଳାକୁ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦାନ ପୂର୍ବକ ଉଦ୍‌ଘାଟନ କରିଥିଲେ । ପ୍ରଫେସର ତ୍ରିପାଠୀ ନିଜ ବକ୍ତବ୍ୟରେ ଅଣଶିକ୍ଷକ କର୍ମଚାରୀ ମାନେ  କିପରି କାର୍ଯ୍ୟକ୍ଷମ, ପ୍ରଭାବଶାଳୀ ଏବଂ ସମୟବଦ୍ଧତା ବଜାୟ ରଖିପାରିବେ ତା ଉପରେ ପରାମର୍ଶ ମାନ ଦେଇଥିଲେ । ବିଶ୍ୱବିଦ୍ୟାଳୟ କୁଳସଚିବ ଶ୍ରୀ ସହଦେବ ସମାଧିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ କିସ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଦୀପକ କୁମାର ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦାନ କରି ନିଜ ବକ୍ତବ୍ୟରେ କାର୍ଯ୍ୟକ୍ଷେତ୍ରରେ କର୍ମଚାରୀ ମାନେ କିପରି ନିଜର କୌଶଳ ବର୍ଦ୍ଧନ ପୂର୍ବକ ଅନୁଷ୍ଠାନର ପ୍ରଗତିରେ ନିଜକୁ ସାମିଲ କରିପାରିବେ ତା ଉପରେ  ଆଲୋକପାତ କରିଥିଲେ । ସେ କର୍ମଚାରୀ ମାନଙ୍କୁ ନିଜର ସ୍ୱ-ମୂଲ୍ୟାୟନ କରିବାକୁ ପରାମର୍ଶ ଦେଇଥିଲେ । ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ ଓ ବିଶ୍ୱବିଦ୍ୟାଳୟ ଆନୁଷ୍ଠାନିକ ବିକାଶ କାର୍ଯ୍ୟକ୍ରମର ସଂଯୋଜିକା ପ୍ରଫେସର ଏମ୍‌ ହିମବିନ୍ଦୁ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । କର୍ମଶାଳାର ଆବାହକ ତଥା ଆନୁଷ୍ଠାନିକ ବିକାଶ କାର୍ଯ୍ୟକ୍ରମର ନୋଡାଲ୍‌ ଅଫିସର ପ୍ରଫେସର ସୁକାନ୍ତ କୁମାର ନାୟକ ସ୍ୱାଗତ ଭାଷଣ ଦେଇଥିଲେ । ପ୍ରାଣୀ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. କୁକୁ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବିତ୍ତ ନିୟନ୍ତ୍ରକ ଶ୍ରୀ ଶୁକଦେବ ତରେଇ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଅତିଥି ମାନଙ୍କ ଦ୍ୱାରା ଏକ ପ୍ରଶିକ୍ଷଣ ପୁସ୍ତିକା ଉନ୍ମୋଚନ କରାଯାଇଥିଲା । ଦୁଇଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କର୍ମଶାଳାରେ ୭୪ ଜଣ ଅଣଶିକ୍ଷକ କର୍ମଚାରୀ ଅଂଶଗ୍ରହଣ କରିଥିଲେ । କର୍ମଶାଳାର ଚାରୋଟି ପର୍ଯ୍ୟାୟରେ ପ୍ରଶାସନିକ ନୀତିନିୟମ ଓ ଆନୁସଙ୍ଗିକ ବିଷୟ ଗୁଡ଼ିକରେ ଆଲୋଚନା କରାଯାଇଥିଲା ଏବଂ ଭବିଷ୍ୟତରେ ଏଭଳି କର୍ମଶାଳାର ଆୟୋଜନ ପାଇଁ ମତପ୍ରକାଶ ପାଇଥିଲା ।

No comments:

Post a Comment

Odia and English Debate Competition on Women's Reservation in India

Odia and English Debate Competition on Women's Reservation in India held on 13-04-2026 at 200-seated Convention Hall at Maharaja Sriram ...