ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ

 


ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଏକାଦଶତମ ଓଡ଼ିଆ ଶାସ୍ତ୍ରୀୟ ଭାଷା ଦିବସ ଉପଲକ୍ଷେ ଏକ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦ ଓ ମୟୂରଭଞ୍ଜ ସାହିତ୍ୟ ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ହୋଇଯାଇଛି । କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଦିଗ୍‌ଦର୍ଶନ ଓ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦର ସଭାପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ସଭାପତିତ୍ୱ କରିଥିଲେ । ମୟୂରଭଞ୍ଜ ସାହିତ୍ୟ ପରିଷଦର ସଭାପତି ପଦ୍ମନାଭ ସାହୁ ମୁଖ୍ୟ ବକ୍ତା ଭାବେ ଯୋଗଦାନ କରିଥିଲେ । ମୟୂରଭଞ୍ଜ ସାହିତ୍ୟ ପରିଷଦର ଉପସଭାପତି ସୁଶ୍ରୀ କାବେରୀ ମିଶ୍ର, ଯୁଗ୍ମ ସମ୍ପାଦିକା ବାସନ୍ତୀଲତା ମହାପାତ୍ର ଓ କୋଷାଧ୍ୟକ୍ଷ ସମରେନ୍ଦ୍ର ବସା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦର ସଂପାଦକ ଡ. ବିଚିତ୍ରନାଥ ସାହୁ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦର ସହ-ସଂପାଦକ ଡ. ସ୍ୱରୂପାନନ୍ଦ ବିଷୟୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ‌ଆମନ୍ତ୍ରିତ ଅତିଥିଗଣଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । "ଗୌରବମୟ ଆମ ଓଡ଼ିଆ ଭାଷା" ଶୀର୍ଷକ ଏକ ଆଲୋଚନାଚକ୍ରରେ ବକ୍ତାଗଣ ଆଲୋଚନା କରିଥିଲେ । ଏହି ଅବସରରେ "ଋତୁରାଜ ବସନ୍ତ" ଭାବକୁ ନେଇ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଛାତ୍ରଛାତ୍ରୀ ଏବଂ ବାରିପଦା ସହରର ବିଭିନ୍ନ ସାହିତ୍ୟ ଅନୁଷ୍ଠାନରୁ ଆଗତ କବି/କବୟତ୍ରୀ ମାନଙ୍କ ଦ୍ୱାରା ଏକ କବିତା ପାଠୋତ୍ସବ ଅନୁଷ୍ଠିତ କରାଯାଇଥିଲା । ଏହି ପାଠୋତ୍ସବରେ ଅଂଶଗ୍ରହଣ କରିଥିବା କବି ମାନେ ହେଲେ ଅଜିତ କୁମାର କବାଟ, ଜୟନ୍ତ କୁମାର ଦ୍ୱାରୀ, ସତୀଶଚନ୍ଦ୍ର ବେହେରା, ବୀଣାପାଣି ପଣ୍ଡା, ନରସିଂହ ବାରିକ, ବନମାଳୀ ପାତ୍ର, ଜ୍ୟୋତ୍ସ୍ନାରାଣୀ ତିଆଡ଼ି, ମୋନାଲିସା ମହାପାତ୍ର, ଡ. ସଞ୍ଜୀବ କୁମାର ପାଣିଗ୍ରାହୀ, ମୋନିକା ପଣ୍ଡା, ଅଜୟ କୁମାର ପାଳ, ସୁଧାମୟୀ ଦାସ, ଭାଗବତ ପଣ୍ଡା, ମିତାରାଣୀ ସାହୁ, ନିରୁପମା ମହାନ୍ତ, ଡ. ଗାୟତ୍ରୀ ଦେ, ଭାସ୍ୱତୀ ପଣ୍ଡା ଓ ଡ. ଶଶିଧର ବିଶ୍ୱାଳ । ଏହି କାର୍ଯ୍ୟକ୍ରମକୁ ସ୍ନାତକୋତ୍ତର ଓଡ଼ିଆ ବିଭାଗର ଅଧ୍ୟାପିକା ଡ. ବିନ୍ଧେଶ୍ୱରୀ କଲିଆ ଏବଂ ସଂଯୁକ୍ତ ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷକ ଶିକ୍ଷା ପାଠ୍ୟକ୍ରମର ଅଧ୍ୟାପକ ଶ୍ରୀ ସ୍ନେହାଶିଷ ମହାନ୍ତି ସଂଯୋଜନା କରିଥିଲେ । ସ୍ନାତକୋତ୍ତର ଓଡ଼ିଆ ବିଭାଗର ଅଧ୍ୟାପକ ଶ୍ରୀ ରାଜକୁମାର ପାତ୍ର, ହୃଶୀକେଶ ମହାନ୍ତ ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ଗାନ ଓ ଶେଷରେ ତୁହି ମା ଜନମ ଭୂମି ସଙ୍ଗୀତ ଗାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୟୂରଭଞ୍ଜର ଅନେକ ସାହିତ୍ୟିକ, ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ ।

No comments:

Post a Comment

Odia and English Debate Competition on Women's Reservation in India

Odia and English Debate Competition on Women's Reservation in India held on 13-04-2026 at 200-seated Convention Hall at Maharaja Sriram ...