MSCBU NSS Volunteers' service @Rathyatra

 




ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀଙ୍କ ଦ୍ୱାରା ବାରିପଦା ରଥଯାତ୍ରାରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ଉଦ୍‌ଯାପିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏକ ବିଶେଷ ଷ୍ଟଲ୍‌ ମାଧ୍ୟମରେ ଗତ ୮ ତାରିଖରୁ ଆରମ୍ଭ ହୋଇ ୧୭ ତାରିଖ ପର୍ଯ୍ୟନ୍ତ ଚାଲୁ ରହିଥିଲା । ଏହି ଷ୍ଟଲ୍‌ରେ ସ୍ୱେଚ୍ଛାସେବୀମାନେ ପାନୀୟ ଜଳଯୋଗାଣ ସହ ଆପତ୍‌ କାଳରେ ଲୋକଙ୍କୁ ସହାୟତା କରୁଥିଲେ । ଓଡ଼ିଶା ସରକାରଙ୍କ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଏହାକୁ ଉଦ୍‌ଘାଟନ କରିଥିବାବେଳେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ, କୁଳସଚିବ ଶ୍ରୀ ସହଦେବ ସମାଧିଆ, ବିତ୍ତ ନିୟନ୍ତ୍ରକ ଶ୍ରୀ ଶୁକଦେବ ତରେଇ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଉଦ୍‌ଯାପନୀ ପର୍ଯ୍ୟାୟରେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ, ଆଇକ୍ୟୁଏସି ନିର୍ଦ୍ଦେଶିକା ପ୍ରଫେସର ଏମ୍‌ ହିମବିନ୍ଦୁ ପ୍ରମୁଖ ଯୋଗ ଦେଇ ଅଂଶଗ୍ରହଣକାରୀ ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ । ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଡ. ବିଷ୍ଣୁପ୍ରିୟା ହାଁସଦା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଓ କାର୍ଯ୍ୟକ୍ରମ ସଂଯୋଜକ ଡ. ବସନ୍ତ କୁମାର ମହାନ୍ତ, ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଡ. ଅନାମ ଚରଣ ରାଉଳ, ପ୍ରଫେସର ସୁକାନ୍ତ କୁମାର ନାୟକ, ଡ. ଯତୀନ୍ଦ୍ରନାଥ ବେଶ୍ରା, ଶ୍ରୀ ପ୍ରଦୀପ କୁମାର ବରାଳ ପ୍ରମୁଖ ସହଯୋଗ କରିଥିଲେ ।

No comments:

Post a Comment

Mega Plantation Drive on Ban Mahotsav Week @MSCBU

  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ବ୍ୟୁରୋ ଓ ଏନ୍‌ଏସ୍‌ଏସ୍‌ ପିଜି ୟୁନିଟ୍‌ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବାରିପଦାସ...