ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ବିଶ୍ୱବିଦ୍ୟାଳୟ ପ୍ରାଙ୍ଗଣ ସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମହାରାଜାଙ୍କ ସ୍ମୃତିଚାରଣ କରିଥିଲେ । ନିଜ ଅଭିଭାଷଣରେ ପ୍ରଫେସର ତ୍ରିପାଠୀ ମହାରାଜାଙ୍କ ଓଡ଼ିଶା ତଥା ମୟୂରଭଞ୍ଜ ନିମନ୍ତେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, କଳା ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ତଥା ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ନିର୍ମାଣରେ ମହାରାଜାଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ, କୁଳସଚିବ ଶ୍ରୀ ସହଦେବ ସମାଧିଆ, ବିତ୍ତ ନିୟନ୍ତ୍ରକ ଶ୍ରୀ ଶୁକଦେବ ତରେଇ, ପରୀକ୍ଷା ନିୟନ୍ତ୍ରକ ଡ. ସୁବ୍ରତ କୁମାର ରଣା ଓ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।
Subscribe to:
Post Comments (Atom)
Mega Plantation Drive on Ban Mahotsav Week @MSCBU
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଏନ୍ଏସ୍ଏସ୍ ବ୍ୟୁରୋ ଓ ଏନ୍ଏସ୍ଏସ୍ ପିଜି ୟୁନିଟ୍ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବାରିପଦାସ...
-
The 25th founding day of Maharaja Sri Ramchandra Bhanjadeo University was celebrated on July 13, 2022 in a grand ceremony at the Universit...
-
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟ ଗବେଷଣା ଓ ବିକାଶ ସେଲ ଓ ରିସର୍ଚ୍ଚ୍ କ୍ଲବ୍ର ମିଳିତ ଆନୁକୁଲ୍ୟରେ ଆୟୋଜିତ ଗବେଷଣାରତ ଛାତ୍ର...
-
Chairman of the National Monument Authority of India and former Vice Chancellor of MSCB University Prof. Kishor Kumar Basa visited the Uni...
No comments:
Post a Comment