Fit India 2024 @MSCBU



ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ଫିଟ୍‌ ଇଣ୍ଡିଆ ୨୦୨୪ ତା ୧୦-୧୨-୨୦୨୪ ଦିନ ଉଦ୍‌ଘାଟିତ ହୋଇ ଯାଇଛି । ଆଗାମୀ ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସଭାରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ । ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ । କୁଳପତି ନିଜ ବକ୍ତବ୍ୟରେ ଫିଟ୍‌ ଇଣ୍ଡିଆ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ କହିବା ସହ କେବଳ ଶାରୀରିକ ସ୍ତରରେ ନୁହେଁ ମାନସିକ ସ୍ତରରେ ମଧ୍ୟ ଫିଟ୍‌ ରହିବା ନିମନ୍ତେ ଛାତ୍ରଛାତ୍ରୀଙ୍କୁ ଯୋଗାଭ୍ୟାସ କରିବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ପ୍ରୋତ୍ସାହନ କରିବା ପାଇଁ ଦିନକୁ ଦିନ ହଜିଯାଉଥିବା ପାରମ୍ପରିକ ଭାରତୀୟ ଖେଳଗୁଡ଼ିକର ଆୟୋଜନ କରାଯିବାର ଆବଶ୍ୟକତା ରହିଛି ବୋଲି କହିଥିଲେ । କାର୍ଯ୍ୟକ୍ରମର ସଂଯୋଜକ ପ୍ରାଣୀ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ପ୍ରିୟରଞ୍ଜନ ଦେବତା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସାନ୍ତାଳୀ ବିଭାଗର ସହକାରୀ ପ୍ରଫେସର ଡ. ଯତୀନ୍ଦ୍ରନାଥ ବେଶ୍ରା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣକାରୀମାନଙ୍କୁ ଫିଟ୍‌ ଇଣ୍ଡିଆର ଶପଥ ପାଠ କରାଯାଇଥିଲା । କମ୍ପ୍ୟୁଟର ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ଜନ୍ମେଞ୍ଜୟ ନାୟକ ଓ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଶିକ୍ଷକ ପ୍ରଦୀପ୍ତ ରଞ୍ଜନ ଦାସ  କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଧୀରସାଇକେଲ ଚାଳନା, ତର୍କ, ପ୍ରବନ୍ଧ, କୁଇଜ୍‌, ପୋଷ୍ଟର, ଦଉଡ଼ିଡିଆଁ, ଦୌଡ଼, ଯୋଗ, ଓ ବିଭିନ୍ନ ପାରମ୍ପାରିକ ଭାରତୀୟ କ୍ରୀଡ଼ା ଆୟୋଜନ କରାଯିବ । ଏହି କାର୍ଯ୍ୟକ୍ରମରେ ବିଶ୍ଵବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।


ଏହି କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହ ତା ୧୪-୧୨-୨୦୨୪ ରିଖ ଦିନ ଅନୁଷ୍ଠିତ ହୋଇଥିଲା । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଗତ ୫ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହରେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ । ପ୍ରଫେସର ସାହୁ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀ ମାନଙ୍କୁ ନିୟମିତ ଅଭ୍ୟାସ, ଦୌଡ଼, ଯୋଗ, ଏବଂ ଖେଳକୁ ଜୀବନର ଅଂଶ ଭାବେ ଗ୍ରହଣ କରିବାକୁ ପ୍ରେରଣା ଦେଇଥିଲେ । କାର୍ଯ୍ୟକ୍ରମର ସଂଯୋଜକ ପ୍ରାଣୀ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ପ୍ରିୟରଞ୍ଜନ ଦେବତା ଫିଟ୍‌ ଇଣ୍ଡିଆ ୨୦୨୪ର ପୃଷ୍ଠଭୂମି ଓ ଏଥିପାଇଁ ବିଶ୍ୱବିଦ୍ୟାଳୟରେ ଆୟୋଜନ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତା ଯଥା ଧୀର-ସାଇକେଲ ଚାଳନା, ତର୍କ, ପ୍ରବନ୍ଧ, କୁଇଜ୍‌, ପୋଷ୍ଟର, ଦଉଡ଼ିଡିଆଁ, ଦୌଡ଼, ଯୋଗ, ଓ ବିଭିନ୍ନ ପାରମ୍ପରିକ ଭାରତୀୟ କ୍ରୀଡ଼ାର ଆୟୋଜନ ସମ୍ପର୍କରେ ସୂଚନା ଦେଇଥିଲେ । ମୟୂରଭଞ୍ଜ ଆଥ୍‌ଲେଟିକ୍‌ ଆସୋସିଏସନ୍‌ର ସମ୍ପାଦକ ବିଜୟ କୁମାର ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜେତାମାନଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରିଥିଲେ । କମ୍ପ୍ୟୁଟର ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ଜନ୍ମେଞ୍ଜୟ ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସାନ୍ତାଳୀ ବିଭାଗର ସହକାରୀ ପ୍ରଫେସର ଡ. ଯତୀନ୍ଦ୍ରନାଥ ବେଶ୍ରା ଧନ୍ୟବାଦ ଅର୍ପଣ କରିଥିଲେ । ଏ ସମସ୍ତ କାର୍ଯ୍ୟକ୍ରମର ପରିଚାଳନାରେ ପ୍ରାଣୀ ବିଜ୍ଞାନ ବିଭାଗର ପ୍ରଫେସର ପୁଷ୍ପାଞ୍ଜଳି ପରିଡ଼ା, ଅର୍ଥନୀତି ବିଭାଗର ପ୍ରଫେସର ମିନତୀ ମଲ୍ଲିକ, ଉଦ୍ଭିଦ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ବିଷ୍ଣୁପ୍ରିୟା ହାଁସଦା, ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଶିକ୍ଷକ ପ୍ରଦୀପ୍ତ ରଞ୍ଜନ ଦାସ ପ୍ରମୁଖ ସହଯୋଗ କରିଥିଲେ । ଆୟୋଜିତ ପ୍ରତିଯୋଗିତା ଗୁଡ଼ିକରେ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅଦ୍ଭୁତପୂର୍ବ ଉତ୍ସାହ ପରିଲକ୍ଷିତ ହୋଇଥିଲା । ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ବିଶ୍ଵବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । 

No comments:

Post a Comment

Mega Plantation Drive on Ban Mahotsav Week @MSCBU

  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ବ୍ୟୁରୋ ଓ ଏନ୍‌ଏସ୍‌ଏସ୍‌ ପିଜି ୟୁନିଟ୍‌ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବାରିପଦାସ...