National Conference on Emerging Aspects of Physics: New Directions and Societal Applications @MSCBU

 


ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ପଦାର୍ଥ ବିଜ୍ଞାନ ବିଭାଗ ଦ୍ୱାରା ଏକ ଜାତୀୟ ସମ୍ମିଳନୀ ସଫଳତାର ସହିତ ଆୟୋଜିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ "ପଦାର୍ଥ ବିଜ୍ଞାନର ଉଦୀୟମାନ ଦିଗ: ନୂତନ ଦିଗ ଏବଂ ସାମାଜିକ ପ୍ରୟୋଗ" ଶୀର୍ଷକ ଏହି ଦୁଇ ଦିନିଆ ଜାତୀୟ ସମ୍ମିଳନୀର ଉଦଘାଟନୀ ସମାରୋହରେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ ।  ଭୁବନେଶ୍ୱରସ୍ଥିତ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ପ୍ରଫେସର କରୁଣାକର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ ସ୍ଥାୟୀ ଶକ୍ତି ସମାଧାନ ଏବଂ ସ୍ୱାସ୍ଥ୍ୟସେବା ନବସୃଜନ ସମେତ ସମସାମୟିକ ସାମାଜିକ ଆହ୍ୱାନ ଗୁଡ଼ିକର ମୁକାବିଲା କରିବାରେ ନାନୋ ଟେକ୍ନୋଲୋଜିର ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ କହିଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ପ୍ର. ଲମ୍ବୋଦର ପ୍ରସାଦ ସିଂହ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ କ୍ୱାଣ୍ଟମ୍ ଫିଜିକ୍ସରେ ସାମ୍ପ୍ରତିକ ପ୍ରଗତି, କ୍ୱାଣ୍ଟମ୍ କମ୍ପ୍ୟୁଟିଂ ଏବଂ ସୁରକ୍ଷିତ ଯୋଗାଯୋଗ ଭଳି ଉଦୀୟମାନ ପ୍ରଯୁକ୍ତିବିଦ୍ୟାରେ ସେମାନଙ୍କର ସମ୍ଭାବ୍ୟ ପ୍ରୟୋଗ ବିଷୟରେ ଆଲୋଚନା କରିଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ପ୍ର. ନରେଶ ଚନ୍ଦ୍ର ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ପଦାର୍ଥ ବିଜ୍ଞାନରେ ଆନ୍ତଃବିଷୟିକ ଗବେଷଣାର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରି ଅନ୍ୟ ବୈଜ୍ଞାନିକ କ୍ଷେତ୍ରଗୁଡ଼ିକ ସହିତ ସହଯୋଗ କିପରି ଯୁଗାନ୍ତକାରୀ ଆବିଷ୍କାରର କାରଣ ହୋଇପାରେ ତାହା ଉପରେ ଆଲୋକପାତ କରିଥିଲେ । ସମ୍ମିଳନୀର ଆବାହକ ତଥା ବିଭାଗୀୟ ମୁଖ୍ୟ ପ୍ରଫେସର ପ୍ରଭଞ୍ଜନ ମଲ୍ଲିକ ସ୍ୱାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଭାଗୀୟ ପ୍ରଫେସର ପ୍ର. ସୁସ୍ମିତା କର ଏହି ସମ୍ମିଳନୀର ଆଭିମୁଖ୍ୟ ତଥା ଉଦ୍ଦେଶ୍ୟ ସମ୍ପର୍କରେ ବିବରଣୀ ଦେଇଥିଲେ ।  ସମ୍ମିଳନୀର କାର୍ଯ୍ୟକାରୀ ସମ୍ପାଦକ ବିଭାଗୀୟ ସହକାରୀ ପ୍ରଫେସର ଡ. ଜ୍ୟୋତିରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଭାଗୀୟ ପ୍ରଫେସର ଇନ୍ଦ୍ରଜିତ ନାଏକ, ସହଯୋଗୀ ପ୍ରଫେସର ଡ. ପ୍ରିୟଦର୍ଶିନୀ ସଂଘମିତ୍ରା ସାହୁ, ଲ୍ୟାବ୍‌ ଆସିଷ୍ଟାଣ୍ଟ୍‌ ଡ. ଶ୍ରୀକୃଷ୍ଣ ମହାନ୍ତ ପ୍ରମୁଖ ଏହି କାର୍ଯକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଏହି ସମ୍ମିଳନୀରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ୧୦ ଜଣ ନିମନ୍ତ୍ରିତ ବକ୍ତା ଓ ୪୮ ଜଣ ଗବେଷକ/ଗବେଷିକା ଯୋଗଦାନ କରିଛନ୍ତି । ଉଦ୍‌ଘାଟନୀ ସମାରୋହରେ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଲେ ।

No comments:

Post a Comment

National Sports Day-2025 @MSCBU

  National Sports Day 2025 was celebrated with great enthusiasm and patriotic spirit at MSCB University on 29th August 2025 to commemorate ...