125th Birth Anniversary Celebration of Utkal Keshari Dr Harekrushna Mahtab @MSCBU

 


ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦ ଦ୍ୱାରା ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନ ଅବସରରେ ବିଶ୍ୱବିଦ୍ୟାଳୟର ଶିକ୍ଷା ସୌଧ-୪ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱରସ୍ଥ ଡକ୍ଟର ହରେକୃଷ୍ଣ ମହତାବ ରିସୋର୍ସ ସେଣ୍ଟର ଆନୁକୂଲ୍ୟରେ ତଥା କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି ଆଲୋଚନାଚକ୍ରରେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର କମଳ ଲୋଚନ ବାରିକ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟବକ୍ତା ଭାବେ ବାଇଗଣବାଡ଼ିଆ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଇତିହାସର ବରିଷ୍ଠ ପ୍ରାଧ୍ୟାପକ ଡକ୍ଟର ଯତୀନ୍ଦ୍ରନାଥ ସିଂହଦେବ ସଚାନ ଯୋଗଦାନ କରି ଡକ୍ଟର ମହତାବଙ୍କର ସଂଗ୍ରାମୀ ଜୀବନ ଓ ଓଡ଼ିଶାରେ ପ୍ରଜା ଆନ୍ଦୋଳନ ସହ ଗଡ଼ଜାତ ରାଜ୍ୟଗୁଡ଼ିକର ମିଶ୍ରଣରେ ଡକ୍ଟର ମହତାବଙ୍କ ଭୂମିକା ସମ୍ବନ୍ଧରେ ଏକ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଥିଲେ । ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦର ଉପ-ସଭାପତି ପ୍ରଫେସର ପୁଷ୍ପାଞ୍ଜଳି ପରିଡ଼ା ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ପରିଷଦର ସଂପାଦକ ଡ. ବିଚିତ୍ରନାଥ ସାହୁ ଅତିଥି ପରିଚୟକ ପ୍ରଦାନ କରିଥିଲେ । ସହ-ସମ୍ପାଦକ ଡ. ଶିଶିର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ସଭା ପ୍ରାରମ୍ଭରେ ଓଡ଼ିଆ ବିଭାଗର ପ୍ରଥମ ବର୍ଷର ଛାତ୍ରୀ ଦେବସ୍ମିତା ପୁହାଣ ଅତିଥିଗଣଙ୍କୁ ମଞ୍ଚକୁ ଆବାହନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ପ୍ରଫେସର ପ୍ରମୋଦ କୁମାର ଶତପଥି, ପ୍ରଫେସର ସୁସ୍ମିତା କର, ପ୍ରଫେସର ବିଶ୍ୱଜିତ ରଥ, ପ୍ରଫେସର କବିତା କୁମାରୀ ସାହୁ, ପ୍ରଫେସର ପ୍ରଭଞ୍ଜନ ମଲ୍ଲିକ, ପ୍ରଫେସର ରାଜେଶ କୁମାର ସିଂଙ୍କ ସହ ବହୁ ସହଯୋଗୀ ପ୍ରଫେସର, ସହକାରୀ ପ୍ରଫେସର ଓ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ ।

28th Foundation day of the University

 

Garlanding of the statue of Maharaja Sriram Chandra Bhanja Deo on the occasion of 28th Foundation day of the University

Mega Plantation Drive on Ban Mahotsav Week @MSCBU

  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ବ୍ୟୁରୋ ଓ ଏନ୍‌ଏସ୍‌ଏସ୍‌ ପିଜି ୟୁନିଟ୍‌ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବାରିପଦାସ...