Celebration of NSS Day @MSCBU

 




ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ପାଳିତ ହୋଇଯାଇଛି । ସକାଳେ ଅନୁଷ୍ଠିତ ମୟୂରଭଞ୍ଜ ଜିଲ୍ଲାର ୨୦ ଗୋଟି ମହାବିଦ୍ୟାଳୟ ସମେତ ବିଶ୍ୱବିଦ୍ୟାଳୟର ପ୍ରାୟ ୪୦୦ରୁ ଉର୍ଦ୍ଧ୍ବ ସେବା ଯୋଜନାର ସ୍ବେଚ୍ଛାସେବୀ, କାର୍ଯ୍ୟକ୍ରମ ଅଧିକାରୀ ମାନଙ୍କ ବିରାଟ ଶୋଭାଯାତ୍ରାକୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ଏବଂ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର କମଳଲୋଚନ ବାରିକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ବିରାଟ ଶୋଭାଯାତ୍ରାରେ ସ୍ବେଚ୍ଛାସେବୀମାନେ ସେବା ଓ ଜାତୀୟତାର ଜୟଗାନ କରିଥିଲେ । ପୂର୍ବାହ୍ନରେ ସ୍ବେଚ୍ଛାସେବୀମାନଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା, କୁଇଜ୍, ଫୋଟୋଗ୍ରାଫି, ପୋଷ୍ଟର ପ୍ରଦର୍ଶନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅପରାହ୍ନରେ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ବ୍ୟୁରୋ ଆନୁକୁଲ୍ୟରେ ସେବା ଯୋଜନା ଦିବସ ପାଇଁ ଏକ ବିଶେଷ ସଭାର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ ନିଃସ୍ଵାର୍ଥପର ସେବା ଓ ସମର୍ପିତ ଜୀବନ ସମାଜ ଓ ବ୍ୟକ୍ତିକୁ ମହିମାନ୍ୱିତ କରିଥାଏ ବୋଲି ମତପ୍ରକାଶ କରିଥିଲେ । ବିଶିଷ୍ଟ ସମାଜସେବୀ ଆଦିତ୍ୟ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆତ୍ମନିର୍ଭର ଭାରତ ପାଇଁ ଆତ୍ମନିର୍ଭର ବ୍ୟକ୍ତିତ୍ୱ ନିର୍ମାଣ ହେବା ଦରକାର ବୋଲି କହିଥିଲେ । ମୁଖ୍ୟବକ୍ତା ଭାବରେ ବାରିପଦା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ତରୁଣ କୁମାର ଓଝା ଯୁବ ସମାଜ ସେବା ଯୋଜନାର ଅଂଶ ହେବା ଆବଶ୍ୟକ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ କୁଳସଚିବ ସୁଶ୍ରୀ ସୁମିତା ସିଂ, ବି‌ଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ସଂଯୋଜକ ଡକ୍ଟର ବସନ୍ତ କୁମାର ମହାନ୍ତ, ସେବା ଯୋଜନାର ମୟୂରଭଞ୍ଜ ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ଅନାମ ଚରଣ ରାଉଳଙ୍କ ସମେତ ବିଭିନ୍ନ ମହାବିଦ୍ୟାଳୟରୁ ଆସିଥିବା ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ, ସ୍ବେଚ୍ଛାସେବୀ, ବିଶ୍ୱବିଦ୍ୟାଳୟର ସ୍ୱେଚ୍ଛାସେବୀ,ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀମାନେ ଯୋଗଦାନ କରିଥିଲେ । ପରିଶେଷରେ ଜାତୀୟ ସେବା ଯୋଜନା ବ୍ୟୁରୋ ପକ୍ଷରୁ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମର  କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ମହିଳା ବର୍ଗର କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ବିଷ୍ଣୁପ୍ରିୟା ହାଁସ୍‌ଦା ମଞ୍ଚ ପରିଚାଳନା କରିଥିବା ବେଳେ ପୁରୁଷ ବର୍ଗର କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ଶିଶିର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

No comments:

Post a Comment

Mega Plantation Drive on Ban Mahotsav Week @MSCBU

  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ବ୍ୟୁରୋ ଓ ଏନ୍‌ଏସ୍‌ଏସ୍‌ ପିଜି ୟୁନିଟ୍‌ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବାରିପଦାସ...